ମା’ ପାଇଁ ଗଛଟିଏ

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ୍‌ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଓ ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ପବିତ୍ର ମୋହନ ପଶା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣର ଆବଶ୍ୟକତା ଉପରେ […] The post ମା’ ପାଇଁ ଗଛଟିଏ appeared first on Dharitri Odia News.

ମା’ ପାଇଁ ଗଛଟିଏ

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ୍‌ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଓ ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ପବିତ୍ର ମୋହନ ପଶା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣର ଆବଶ୍ୟକତା ଉପରେ ଛାତ୍ରୀଛାତ୍ରଙ୍କୁ ବୁଝେଇବା ସହ ବୃକ୍ଷ ରୋପଣ କରିଥିଲେ। ଏଥିରେ ନୋଡାଲ ସିଆର୍‌ସିସି ପ୍ରସନ୍ନ କୁମାର ସାହୁ, ରେଙ୍ଗାଲି କ୍ଲଷ୍ଟର ସିଆର୍‌ସିସି ଉଜ୍ଜ୍ୱଳ କୁମାର ସାହୁ, କିରାଣି ତ୍ରିଜ୍ୟୋତି ନିହାଲ, ଭୋଜରାଜ ରଣା, ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମନୋଜ କୁମାର ମିଶ୍ର, ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ ଶିକ୍ଷକ ତେଜରାଜ ସାହୁ, ଶିକ୍ଷୟିତ୍ରୀ ଶୋଭାବତୀ ସିକଚାନ୍ଦଙ୍କ ସମେତ ବିଦ୍ୟାଳୟର ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।

The post ମା’ ପାଇଁ ଗଛଟିଏ appeared first on Dharitri Odia News.