ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟଯାତ୍ରା ବା ରାଜ୍ୟଜୟର ପ୍ରତୀକ ଭାବେ ଏହି ପର୍ବ ପାଳିତ ହୁଏ । ଏହି ଅବସରରେ ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ୱରୀଙ୍କ ବିଜୟ ପ୍ରତିମା ଛତ୍ରକୁ ଧରି ବାହୁକ,ମୁଣ୍ଡଛିନା, ସେବାୟତ […] The post ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ appeared first on Dharitri Odia News.

ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ:  ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟଯାତ୍ରା ବା ରାଜ୍ୟଜୟର ପ୍ରତୀକ ଭାବେ ଏହି ପର୍ବ ପାଳିତ ହୁଏ । ଏହି ଅବସରରେ ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ୱରୀଙ୍କ ବିଜୟ ପ୍ରତିମା ଛତ୍ରକୁ ଧରି ବାହୁକ,ମୁଣ୍ଡଛିନା, ସେବାୟତ ସହ ଜେନାବାଦ୍ୟ, ଘୁମୁରା ଓ ଘଣ୍ଟ ଘଣ୍ଟାର ତାଳେ ତାଳେ ମନ୍ଦିରରୁ ବାହାରି ପଶ୍ଚିମ ଉପକଣ୍ଠରେ ଥିବା ନକଟିଗୁଡା ଲାଖମରା ପଡିଆକୁ ଯାଇଥିଲେ । ସେଠାରର ଥିବା ଅସ୍ଥାୟୀ ମଣ୍ଡପରେ ଦେବୀଙ୍କ ଛତ୍ରକୁ ସ୍ଥାପନ କରାଯିବା ସହ ବିଧି ବିଧାନ ପୂର୍ବକ ପୂଜାର୍ଚ୍ଚନା ଓ ଛାଗଳ ବଳି ଦିଆଯାଇଥିଲା । ପରମ୍ପରା ଅନୁଯାୟୀ କଳାହାଣ୍ଡି ରାଜ ପରିବାର ସଦସ୍ୟ ଛତ୍ରକୁ ବନ୍ଦାପନା କରିବା ପରେ ଆରମ୍ଭ ହୋଇଥିଲା ଲାଖମରା ପର୍ବ । ଏକ ସୁଉଚ୍ଚ ଖମୱରେ ବନ୍ଧା ଯାଇଥିବା ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ ପାଇଁ ଆରମ୍ଭ ହୋଇଥିଲା ପ୍ରତିଯୋଗିତା । ମାଟି ହାଣ୍ଡିରେ ମାଣିକେଶ୍ୱରୀଙ୍କ ପ୍ରସାଦ ଥାଏ । ଚଳିତ ବର୍ଷ ଏହି ପ୍ରତିଯୋଗିତାରେ ଅନେକ ଯୁବକ ସାମିଲ ହୋଇଥିଲେ।ସେଥିମଧ୍ୟରୁ ଭବାନୀପାଟଣା ସହରର ପୁରୁଣା ପଡ଼ାର ପ୍ରଭୁପାଦ ପ୍ରଧାନ ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ କରି ପାରିଥିଲେ। ପରେ ଛତ୍ର ଜେନା ବାଦ୍ୟ ତାଳେ ତାଳେ ମନ୍ଦିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଥିଲେ । ରୀତିନୀତି ଅନୁଯାୟୀ ରାଜ ପରିବାର ସଦସ୍ୟଙ୍କୁ ଅଭିଷିକ୍ତ ବ୍ରାହ୍ମଣ ମାନେ ଅପରାଜିତା ମନ୍ତ୍ରରେ ରାଜ୍ୟାଭିଷେକ କରାଇଥାନ୍ତି ।ପରେ ପରେ ମୂଳାଷ୍ଟମୀ ଠାରୁ ମାଣିକେଶ୍ୱରୀଙ୍କୁ ମୁଣ୍ଡବସା ପର୍ବରୁ ଆରମ୍ଭ ହୋଇଥିବା ଦଶହରା ପର୍ବରେ ରକ୍ତମୁଖା ହୋଇଥିବା ଦେବୀଙ୍କୁ ଶାନ୍ତ କରାଇବା ପାଇଁ ମନ୍ଦିର ଦ୍ୱାରରେ କଣ୍ଟାବାଡ ଦିଆଯାଇଥାଏ । ଆସନ୍ତା କୁମାର ପୂର୍ଣ୍ଣମୀରେ ଦେବୀଙ୍କ କଣ୍ଟାବାଡ ଫିଟା ଅନୁଷ୍ଠିତ ହେବ । ଲାଖମରା ପର୍ବକୁ ନେଇ ଶ୍ରଦ୍ଧାଳୁ ଓ ପ୍ରତିଯୋଗୀଙ୍କ ମଧ୍ୟରେ ବେଶ ଆନନ୍ଦ ଓ ଉତ୍ସାହ ଦେଖାଦେଇଥିବା ବେଳେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି ।

The post ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ appeared first on Dharitri Odia News.