ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥୀ, ବିଦ୍ୟାଦାୟିନୀଙ୍କ ଆବାହନରେ ମଗ୍ନ ଛାତ୍ରଛାତ୍ରୀ
ଭୁବନେଶ୍ୱର ୧୪/୦୨: ଆଜି ବସନ୍ତ ପଞ୍ଚମୀ । ମା ବାଗ୍ଦେବୀଙ୍କ ପୂଜା । ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥିରେ ପାଳନ ହୁଏ ମାଆ ପୂଜା । ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା' ସରସ୍ୱତୀଙ୍କୁ ମାଘ ଶୁକ୍ଳ ପଞ୍ଚମୀରେ । ଶୁକ୍ଳ ପ୍ରତିପଦାଠାରୁ ଆରମ୍ଭ ହେଇଥାଏ ଗୁପ୍ତ ନବରାତ୍ର । ଏହି ଗୁପ୍ତ ନବରାତ୍ରରେ ଦୈବୀଶକ୍ତିଙ୍କର ପୂର୍ଣ୍ଣ ପ୍ରଭାବଥାଏ । ମା' ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା' ସରସ୍ୱତୀ, ମା' ଲକ୍ଷ୍ମୀ , ମା' କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର । ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ୱତନ୍ତ୍ର ରୂପରେ ପୂଜା ପାଇଥାନ୍ତି । ବିଦ୍ୟାଦାତ୍ରୀଙ୍କ ଆଶିଷ ଟିକିଏ ପାଇବାକୁ ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ସୁନ୍ଦର ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି । The post ମାଘମାସ ଶୁକ୍ଳପକ୍ଷ ପଞ୍
ଭୁବନେଶ୍ୱର ୧୪/୦୨: ଆଜି ବସନ୍ତ ପଞ୍ଚମୀ । ମା ବାଗ୍ଦେବୀଙ୍କ ପୂଜା । ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥିରେ ପାଳନ ହୁଏ ମାଆ ପୂଜା । ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ ।
ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା' ସରସ୍ୱତୀଙ୍କୁ ମାଘ ଶୁକ୍ଳ ପଞ୍ଚମୀରେ । ଶୁକ୍ଳ ପ୍ରତିପଦାଠାରୁ ଆରମ୍ଭ ହେଇଥାଏ ଗୁପ୍ତ ନବରାତ୍ର । ଏହି ଗୁପ୍ତ ନବରାତ୍ରରେ ଦୈବୀଶକ୍ତିଙ୍କର ପୂର୍ଣ୍ଣ ପ୍ରଭାବଥାଏ । ମା' ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା' ସରସ୍ୱତୀ, ମା' ଲକ୍ଷ୍ମୀ , ମା' କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର । ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ୱତନ୍ତ୍ର ରୂପରେ ପୂଜା ପାଇଥାନ୍ତି ।
ବିଦ୍ୟାଦାତ୍ରୀଙ୍କ ଆଶିଷ ଟିକିଏ ପାଇବାକୁ ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ସୁନ୍ଦର ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
The post ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥୀ, ବିଦ୍ୟାଦାୟିନୀଙ୍କ ଆବାହନରେ ମଗ୍ନ ଛାତ୍ରଛାତ୍ରୀ appeared first on Prameya News7.