ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ…

ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଜଣେ ଓଡ଼ିଆ ପୁଅ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ଆଦିବାସୀଙ୍କୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ସ୍ବାଗତଯୋଗ୍ୟ ବୋଲି ସେ କହିଛନ୍ତି। ଏହାଛଡ଼ା ଧର୍ମେନ୍ଦ୍ର ଓଡ଼ିଶାର ୨ ଉପମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ ଏବଂ […] The post ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ… appeared first on Dharitri Odia News.

ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ…

ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଜଣେ ଓଡ଼ିଆ ପୁଅ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ଆଦିବାସୀଙ୍କୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ସ୍ବାଗତଯୋଗ୍ୟ ବୋଲି ସେ କହିଛନ୍ତି।

ଏହାଛଡ଼ା ଧର୍ମେନ୍ଦ୍ର ଓଡ଼ିଶାର ୨ ଉପମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ଆପଣ ମାନଙ୍କ ନେତୃତ୍ୱରେ ‘ବିକଶିତ ଓଡ଼ିଶା’ ଗଠନ ହେବା ସହ ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ । ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ । ଆଜିର ନିଷ୍ପତି ପାଇଁ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ଭାଜପାର ଶୀର୍ଷ ନେତୃତ୍ୱ ଏବଂ ରାଜ୍ୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଉଥିବା ମଧ୍ୟ ସେ କହିଛନ୍ତି।

The post ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ… appeared first on Dharitri Odia News.