ମାଟିରେ ମିଶିବ ଓଡ଼ିଶା ଭବନ, ଅସୁରକ୍ଷିତ ଦର୍ଶାଇ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ନୂଆଦିଲ୍ଲୀ୯/୯: ମାଟିରେ ମିଶିବ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ । ଏହାକୁ ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀସ୍ଥିତ ଓଡ଼ିଶାର ୩ଟି ଭବନ- ଓଡ଼ିଶା ନିବାସ,ଓଡ଼ିଶା ସଦନ ଓ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ସ୍ପଷ୍ଟ ହୋଇଥିଲା।ଓଡ଼ିଶା ଭବନକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ରେ ରିପୋର୍ଟ ଦିଆଯାଇଥିଲା । ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି ମାଧ୍ୟମରେ ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଦର୍ଶାଯାଇଥିଲା । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । 

ମାଟିରେ ମିଶିବ ଓଡ଼ିଶା ଭବନ, ଅସୁରକ୍ଷିତ ଦର୍ଶାଇ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ନୂଆଦିଲ୍ଲୀ୯/୯: ମାଟିରେ ମିଶିବ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ । ଏହାକୁ ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀସ୍ଥିତ ଓଡ଼ିଶାର ୩ଟି ଭବନ- ଓଡ଼ିଶା ନିବାସ,ଓଡ଼ିଶା ସଦନ ଓ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ସ୍ପଷ୍ଟ ହୋଇଥିଲା।

ଓଡ଼ିଶା ଭବନକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ରେ ରିପୋର୍ଟ ଦିଆଯାଇଥିଲା । ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି ମାଧ୍ୟମରେ ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଦର୍ଶାଯାଇଥିଲା । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି ।