ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨(କୃତୀବାସ ପ୍ରଧାନ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ ଏହି ଘଟଣା ଘଟିଛି। ରାଜନଗର ବ୍ଲକ ଅନ୍ତର୍ଗତ ବିବେକାନନ୍ଦ ହାଇସ୍କୁଲର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏକ ବୋଲେରୋ ଡାଙ୍ଗମାଳସ୍ଥିତ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଯାଉଥିଲା। ତେବେ କୃଷ୍ଣନଗରଠାରେ ବୋଲେରୋଟି ଜଣେ ସାଇକେଲ […] The post ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ appeared first on Dharitri Odia News.

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨(କୃତୀବାସ ପ୍ରଧାନ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ ଏହି ଘଟଣା ଘଟିଛି। ରାଜନଗର ବ୍ଲକ ଅନ୍ତର୍ଗତ ବିବେକାନନ୍ଦ ହାଇସ୍କୁଲର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏକ ବୋଲେରୋ ଡାଙ୍ଗମାଳସ୍ଥିତ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଯାଉଥିଲା। ତେବେ କୃଷ୍ଣନଗରଠାରେ ବୋଲେରୋଟି ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏଥିରେ ୯ ଜଣ ପରୀକ୍ଷାର୍ଥୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତ ଛାତ୍ରୀଛାତ୍ର ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ପରୀକ୍ଷା ପାଇଁ ପଠାଇ ଦିଆଯାଇଛି। ଅନ୍ୟପକ୍ଷରେ କୃଷ୍ଣନଗର ଗାଁର ସାଇକେଲ ଆରୋହୀ ସୁବୋଧ ମଣ୍ଡଳ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

The post ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ appeared first on Dharitri Odia News.