ମାଡ଼ି ଆସୁଛି ଯୋଡା ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ, ୨୪ ଘଣ୍ଟାରେ…
ଭୁବନେଶ୍ୱର,୨୯।୬: : ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଓ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର (ଜୁନ ୨୯) ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହେବ। ଭୁବନେଶ୍ୱର ପାଣିପାଗ […] The post ମାଡ଼ି ଆସୁଛି ଯୋଡା ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ, ୨୪ ଘଣ୍ଟାରେ… appeared first on Dharitri Odia News.
ଭୁବନେଶ୍ୱର,୨୯।୬: : ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଓ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର (ଜୁନ ୨୯) ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଏହି ଲଘୁଚାପ ଯୋଗୁଁ ସୋମବାର ଏବଂ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଏହି ଲଘୁଚାପ ଯୋଗୁଁ ସୋମବାର ଏବଂ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ଏବଂ ମଙ୍ଗଳବାର ନୟାଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ସମାନ ପାଗ ଦେଖାଦେବ। ଆଇଏମଡି ଅନୁଯାୟୀ, ଏହି ପାଗ ସିଷ୍ଟମ ଜୁଲାଇ ୨ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରଖିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀରେ ରଥଯାତ୍ରା ସମୟରେ ପ୍ରବଳ ବର୍ଷାର ସତର୍କତା ନ ଥିଲେ ମଧ୍ୟ, ବଜ୍ରପାତ, ବିଜୁଳି ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ତେବେ ସମୁଦ୍ରରେ ଅଶାନ୍ତର ରହିବା ଯୋଗୁଁ ଜୁନ ୨୫ ଓ ୨୬ ତାରିଖରେ ଓଡ଼ିଶା ଉପକୂଳରେ ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାର ଏହି ପାଗ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷା ଓ ବଜ୍ରପାତ ସମୟରେ ଲୋକମାନଙ୍କୁ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
The post ମାଡ଼ି ଆସୁଛି ଯୋଡା ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ, ୨୪ ଘଣ୍ଟାରେ… appeared first on Dharitri Odia News.