ମାଡି ଆସୁଛି ତାତି,ଆଗାମୀ ୫ ଦିନ ମଧ୍ୟରେ ୫ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ବୁଧବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଗୁରୁବାର ଠାରୁ ଅହେତୁକ ଭାବରେ ତାପମାତ୍ରା ବୃଦ୍ଧିପାଇଛି । ତେବେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ଜାରି ରହିବ । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ୧୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ […]

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ବୁଧବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଗୁରୁବାର ଠାରୁ ଅହେତୁକ ଭାବରେ ତାପମାତ୍ରା ବୃଦ୍ଧିପାଇଛି । ତେବେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ଜାରି ରହିବ । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ୧୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ଲହରୀ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି। ଫଳରେ ତାତି ବଢ଼ିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି କେନ୍ଦ୍ର କହିଛି।
ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ସହ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି ।
୧୧, ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ବହିପାରେ । ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିପାରେ । ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟିଏ ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୩ ଡିଗ୍ରି ବୃଦ୍ଧି ପାଇଛି ।