ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ପିଜି ନାମଲେଖା, ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡ଼ିବ CPET

ଭୁବନେଶ୍ବର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ହୋଇଥାନ୍ତି। ଏଥିପାଇଁ ଆବେଦନକାରୀ ଛାତ୍ରଛାତ୍ରୀ ମାର୍ଚ୍ଚ ୧୦ ତାରିଖଠାରୁ କମନ ଆପ୍ଲିକେସନ ଫର୍ମ ବା CAF ମାଧ୍ୟମରେ ଆବେଦନ କରିପାରିବେ। ତେବେ ଏଥର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ "Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ। ଉଲ୍ଲେଖଯୋଗ୍ୟ, ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ୨୦୨୫ ଜୁଲାଇ ୧୦ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ପିଜି ନାମଲେଖା, ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡ଼ିବ CPET

ଭୁବନେଶ୍ବର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ହୋଇଥାନ୍ତି। ଏଥିପାଇଁ ଆବେଦନକାରୀ ଛାତ୍ରଛାତ୍ରୀ ମାର୍ଚ୍ଚ ୧୦ ତାରିଖଠାରୁ କମନ ଆପ୍ଲିକେସନ ଫର୍ମ ବା CAF ମାଧ୍ୟମରେ ଆବେଦନ କରିପାରିବେ। 

ତେବେ ଏଥର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ "Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ। 

ଉଲ୍ଲେଖଯୋଗ୍ୟ, ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ୨୦୨୫ ଜୁଲାଇ ୧୦ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।