ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବାକୁ ନିର୍ଦେଶ ଦେଲେ ହାଇକୋର୍ଟ
ଭୁବନେଶ୍ୱର : ଭରତପୁର ଥାନାରେ ଆର୍ମି ମେଜର ଏବଂ ଥାନା କର୍ମଚାରୀ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲାଗିବା ପାଇଁ ନିର୍ଦେଶ ଦେଇଛନ୍ତି । ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନର୍ଦ୍ଦେଶ ରହିଛି। ବୁଧବାର ହାଇକୋର୍ଟ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର […]

ଭୁବନେଶ୍ୱର : ଭରତପୁର ଥାନାରେ ଆର୍ମି ମେଜର ଏବଂ ଥାନା କର୍ମଚାରୀ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲାଗିବା ପାଇଁ ନିର୍ଦେଶ ଦେଇଛନ୍ତି । ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନର୍ଦ୍ଦେଶ ରହିଛି।
ବୁଧବାର ହାଇକୋର୍ଟ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ରତି । ଆଜି ଏହି ମାମଲାରେ ଶୁଣାଣୀର ଅନ୍ତ ଘଟିଛି । ଏହି ପରିପ୍ରେକ୍ଷୀରେ କୋର୍ଟ ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେ ନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡାକଡି ପାଳନ କରିବାକୁ କହିଛନ୍ତି । ସମସ୍ତ ପୁଲିସ କର୍ମଚାରୀଙ୍କୁ SOP ବାବଦରେ ଜଣାଇବା ପାଇଁ ରାଜ୍ୟର ସମସ୍ତ ଥାନା ଏବଂ ଫାଣ୍ଡିରେ ଓଡ଼ିଆ ଭାଷାରେ SOPକୁ ବ୍ୟାପକଭାବେ ପ୍ରଚାର କରିବାକୁ ହାଇକୋର୍ଟ କଡ଼ା ଆଦେଶ ଦେଇଛନ୍ତି । ପୁଲିସ ଏଡିଜି ଦୟାଲ ଗଙ୍ଗୱାର ଦାଖଲ କରିଥିବା ସତ୍ୟପାଠକୁ ସରକାର ଓ ପୁଲିସ ମୁଖ୍ୟାଳୟ କଡାକଡି ଭାବେ ପାଳନ କରିବେ ବୋଲି ଆଶା ବ୍ୟକ୍ତ କରି ନିଜ ଆଡୁ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ।
ସୂଚନାନୁସାରେ,ଚଳିତବର୍ଷ ସେପ୍ଟେମ୍ୱର ୧୪ ତାରିଖ ମଧ୍ୟ ରାତିରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ କିଛି ରୋଡ ରୋମିଓ ରାସ୍ତାରେ ଦୁର୍ବ୍ୟବହାର କରିଥିଲେ । ଏହି ଘଟଣାରେ ଭରତପୁର ଥାନାକୁ ଅଭିଯୋଗ ପାଇଁ ଯାଇଥିବାବେଳେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ସେଠାରେ ପୋଲିସ ମାଡ଼ ମାରିବା ସହ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ଆଇଆଇସି ସମେତ ୫ ଜଣଙ୍କୁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି ।