ମାର୍ଚ୍ଚ ୬ରେ ଆସିବ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଏନେଇ ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଏହି ଟଙ୍କା ପାଇବେ। ତେବେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମାର୍ଚ୍ଚ ୮ରେ ଆସିବ। ଏଥର ଟଙ୍କା ବ୍ରହ୍ମପୁରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ବ୍ରହ୍ମପୁର ଠାରେ କୋଟିଏ […] The post ମାର୍ଚ୍ଚ ୬ରେ ଆସିବ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା appeared first on Odisha.News.

ମାର୍ଚ୍ଚ ୬ରେ ଆସିବ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଏନେଇ ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଏହି ଟଙ୍କା ପାଇବେ।

ତେବେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମାର୍ଚ୍ଚ ୮ରେ ଆସିବ। ଏଥର ଟଙ୍କା ବ୍ରହ୍ମପୁରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦିତ୍ୱୀୟ କିସ୍ତି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଯିବେ। ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଟଙ୍କା ବଣ୍ଟନ କରିବେ। ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି । ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ହିତାଧିକାରୀ ସୁଭଦ୍ରାରେ ସାମିଲ ହୋଇଛନ୍ତି।

The post ମାର୍ଚ୍ଚ ୬ରେ ଆସିବ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା appeared first on Odisha.News.