ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ନକ୍ସଲ

ମାଲକାନଗିରି ୧୬।୦୩ : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ବେଳେ ଦୁଇ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ଖବର ଅନୁଯାୟୀ, ବେଦ୍ରେ ଥାନା ଅନ୍ତର୍ଗତ ଜାତୀୟ ବନ୍ୟାଞ୍ଚଳରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ଲୁଚି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ କୁମିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ପରେ ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ତେବେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳିବିନିମୟ ହେବା ପରେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା କର୍ମୀ । ଘଟଣାରେ ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ନେଇ ସୂଚନା ନେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ।

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ନକ୍ସଲ

ମାଲକାନଗିରି ୧୬।୦୩ : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ବେଳେ ଦୁଇ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । 

ଖବର ଅନୁଯାୟୀ, ବେଦ୍ରେ ଥାନା ଅନ୍ତର୍ଗତ ଜାତୀୟ ବନ୍ୟାଞ୍ଚଳରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ଲୁଚି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ କୁମିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ପରେ ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । 

ତେବେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳିବିନିମୟ ହେବା ପରେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା କର୍ମୀ । ଘଟଣାରେ ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ନେଇ ସୂଚନା ନେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ।