ମାଲକାନଗିରିରେ ମଙ୍ଗଳବାର ସ୍କୁଲ ବନ୍ଦ, ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଜିଲ୍ଲାପାଳଙ୍କ ଘୋଷଣା
ମାଲକାନଗିରି: ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ପୋଟେରୂ, କାଙ୍କୁରୁକୋଣ୍ଡା, ତମସା, ପାଙ୍ଗାମ, ଏମଭି-୯୦ ଓ ଏମଭି-୯୬ ପୋଲ ଉପରେ ୮ରୁ ୧୦ ଫୁଟର ବର୍ଷା ଜଳ ପ୍ରବାହିତ ହେଉଛି। ବନ୍ୟାରେ ବୁଡ଼ିଛି ପୋଟେରୂ ଓ ଏହାର ଆଖପାଖ ଅନେକ ଗାଁ । କେତେକ ସ୍ଥାନରେ ପାଣିରେ ଫସିଥିବା ଲୋକଙ୍କୁ ଓଡ୍ରାଫ ଟିମ ଉଦ୍ଧାର କରିବାରେ ଲାଗିଛନ୍ତି।ଏହାରି ମଧ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାର ପାଇଁ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ଘୋଷଣା କରିଛନ୍ତି ମାଲକାନଗିରି ଜିଲ୍ଲାପାଳ । ଏହା ସହ ଆସନ୍ତାକାଲି ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସମସ୍ତ ଅଙ୍ଗନୱାଡ଼ି କର୍ମୀଙ୍କୁ କର୍ମକ୍ଷେତ୍ରରେ ସଜାଗ ହୋଇ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୌଣସି ପ୍ରକାର ଜରୁରକାଳୀନ ପରିସ୍ଥିତି ଉପୁଜିଲେ ତୁରନ୍ତ ସୁପରଭାଇଜର, ସିଡିପିଓ କିମ୍ବା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ।
ମାଲକାନଗିରି: ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ପୋଟେରୂ, କାଙ୍କୁରୁକୋଣ୍ଡା, ତମସା, ପାଙ୍ଗାମ, ଏମଭି-୯୦ ଓ ଏମଭି-୯୬ ପୋଲ ଉପରେ ୮ରୁ ୧୦ ଫୁଟର ବର୍ଷା ଜଳ ପ୍ରବାହିତ ହେଉଛି। ବନ୍ୟାରେ ବୁଡ଼ିଛି ପୋଟେରୂ ଓ ଏହାର ଆଖପାଖ ଅନେକ ଗାଁ । କେତେକ ସ୍ଥାନରେ ପାଣିରେ ଫସିଥିବା ଲୋକଙ୍କୁ ଓଡ୍ରାଫ ଟିମ ଉଦ୍ଧାର କରିବାରେ ଲାଗିଛନ୍ତି।
ଏହାରି ମଧ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାର ପାଇଁ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ଘୋଷଣା କରିଛନ୍ତି ମାଲକାନଗିରି ଜିଲ୍ଲାପାଳ । ଏହା ସହ ଆସନ୍ତାକାଲି ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।
ସମସ୍ତ ଅଙ୍ଗନୱାଡ଼ି କର୍ମୀଙ୍କୁ କର୍ମକ୍ଷେତ୍ରରେ ସଜାଗ ହୋଇ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୌଣସି ପ୍ରକାର ଜରୁରକାଳୀନ ପରିସ୍ଥିତି ଉପୁଜିଲେ ତୁରନ୍ତ ସୁପରଭାଇଜର, ସିଡିପିଓ କିମ୍ବା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ।