ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର
କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ରଞ୍ଜିତଙ୍କ ଯୁକ୍ତି ଉପରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଗୁରୁବାର ହାଇକୋର୍ଟରେ ଜବାବ ପ୍ରଦାନ ଶେଷ ହୋଇଛି। ହାଇକୋର୍ଟ ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି କୌଣସି ପକ୍ଷଙ୍କର […] The post ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର appeared first on Dharitri Odia News.
କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ରଞ୍ଜିତଙ୍କ ଯୁକ୍ତି ଉପରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଗୁରୁବାର ହାଇକୋର୍ଟରେ ଜବାବ ପ୍ରଦାନ ଶେଷ ହୋଇଛି। ହାଇକୋର୍ଟ ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି କୌଣସି ପକ୍ଷଙ୍କର ଲିଖିତ ଯୁକ୍ତି ଥିଲେ ଉପସ୍ଥାପନ କରିବାକୁ ଆଦେଶ ଦେଇଛନ୍ତି। ପରବର୍ତ୍ତି ଶୁଣାଣି ଯାଏ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଏପ୍ରିଲ୍ ୧୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଧାର୍ଯ୍ୟ ହୋଇଛି।
ସୂଚନାଯୋଗ୍ୟ, ୨୦୨୧ ଜାନୁଆରୀ ୨ରେ ମାହାଙ୍ଗାରେ ଭାରତୀୟ ଜନତା ପାର୍ଟି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ଟଣାରେ ତତ୍କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୂକ୍ତି ଥିବା ନେଇ ଅଭିଯୋଗ କରାଯାଇଥିଲା। ହେଲେ ମାହାଙ୍ଗା ଥାନା ପୋଲିସମ୍ ଏହି ହତ୍ୟା ମାମଲାରେ ଅଭିଯୋଗଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍ ଦେଇଥିଲା। ଏହି ମାମଲାରେ ତାଙ୍କୁ ନିମ୍ନ ଅଦାଲତରେ ହଜାର ହେବାକୁ କୁହାଯାଇଥିଲା।
ବିଧାୟକ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି କୋର୍ଟ କଗ୍ନିଜାନ୍ସ ଗ୍ରହଣ କରିଥିଲେ। ବିଧାୟକ ପ୍ରତାପ ଜେନାଙ୍କୁ ୨୦୨୩ ଅକ୍ଟୋବର ୩୧ ତାରିଖ ଦିନ ହାଜର ହେବାକୁ ସମନ ଜାରି କରିଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ନିମ୍ନକୋର୍ଟର କଗ୍ନିଜାନ୍ସ ଏବଂ ତାଙ୍କ ବିରୋଧରେ ଅଦାଲତରେ ହୋଇଥିବା କ୍ରିମିନାଲ ପ୍ରୋସିଡିଂ ରଦ୍ଦ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ପିଟିସନ ଦାୟର କରାଯାଇଥିଲା। ଗତ ନଭେମ୍ବର ୨ରେ ନିମ୍ନ ଅଦାଲତଙ୍କ ଆଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରି ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇ ଦେଇଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି।
The post ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର appeared first on Dharitri Odia News.