ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ। ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ […] The post ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ appeared first on Dharitri Odia News.

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ।

ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ୨୦୨୧ ଜାନୁଆରୀ ୨ରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ଏପରି କି ପୋଲିସ ରୁଜୁ କରିଥିବା ମାମଲାରେ ମନ୍ତ୍ରୀ ଜେନାଙ୍କ ନାମ ଅଭିଯୁକ୍ତଙ୍କ ତାଲିକାରେ ରହିଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୋଲିସ ଜେନାଙ୍କ ନାମକୁ ଚାର୍ଜଶିଟ୍‌ରୁ କାଟି ଦେଇଥିଲା। ଏହାକୁ ବିରୋଧ କରି ମୃତ କୁଳମଣିଙ୍କ ପୁଅ ରମାକାନ୍ତ ଜେଏମ୍‌ଏଫ୍‌ସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ ଦାୟର କରିଥିଲେ।

The post ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ appeared first on Dharitri Odia News.