ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ, ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ
ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ଏବଂ ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି । ୭୦ ତମ ଜାତୀୟ ଫିଲ୍ମ ପୁରସ୍କାର ପ୍ରଦାନ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିଛନ୍ତି । ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ସଙ୍ଗୀତ ନିର୍ଦ୍ଦେଶକ ଏବଂ କଣ୍ଠଶିଳ୍ପୀଙ୍କୁ ସମ୍ମାନୀତ କରୁଛନ୍ତି ରାଷ୍ଟ୍ରପତି । ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ […] The post ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ, ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ appeared first on KNews Odisha.

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ଏବଂ ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି । ୭୦ ତମ ଜାତୀୟ ଫିଲ୍ମ ପୁରସ୍କାର ପ୍ରଦାନ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିଛନ୍ତି । ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ସଙ୍ଗୀତ ନିର୍ଦ୍ଦେଶକ ଏବଂ କଣ୍ଠଶିଳ୍ପୀଙ୍କୁ ସମ୍ମାନୀତ କରୁଛନ୍ତି ରାଷ୍ଟ୍ରପତି ।
ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲ୍ କେ ସମ୍ମାନରେ ସମ୍ମାନୀତ କରାଯାଇଛି । ଦାଦା ସାହେବ ଫାଲ୍ କେ ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି । ଜାତୀୟ ଚଳଚ୍ଚିତ୍ର ସମାରୋହରେ ପ୍ରଦାନ କଲେ ରାଷ୍ଟ୍ରପତି । ଭାରତୀୟ ଚଳଚ୍ଚିତ୍ରରେ ବିଶିଷ୍ଟ ଅବଦାନ ପାଇଁ ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲା ସମ୍ମାନ । ସେହିପରି ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି ଦମନ । ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କଲେ ପ୍ରଯୋଜକ ଓ ୨ ନିର୍ଦ୍ଦେଶକ ।
ଫିଲ୍ମର ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ପୁରସ୍କାର ମିଳିଲା । ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କାଙ୍କୁ ମଧ୍ୟ ପୁରସ୍କୃତ କରାଯାଇଛି । ସେହିପରି ସାଉଣ୍ଡ ଡିଜାଇନ ପାଇଁ ଓଡ଼ିଆ ପୁଅ ମାନସ ଚୌଧୁରୀଙ୍କୁ ମିଳିଛି ଜାତୀୟ ପୁରସ୍କାର । ନନ ଫିଚର କାଟାଗୋରୀରେ ସିନେମା ‘ୟାନ’ ପାଇଁ ବେଷ୍ଟ ସାଉଣ୍ଡ ଡିଜାଇନର ସମ୍ମାନ ମିଳିଛି ।
The post ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ, ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ appeared first on KNews Odisha.