ମିଳିଲା ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା:ସୁନ୍ଦରଗଡ଼ରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ।ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ମହିଳାଙ୍କ ସଶକ୍ତିକରଣ ଲକ୍ଷ୍ୟ ପୂରଣ ଦିଗରେ ଆଗକୁ ବଢ଼ୁଛି ଓଡ଼ିଶା।ସୁଭଦ୍ରା ଯୋଜନାର ୧ମ କିସ୍ତିର ୩ୟ ପର୍ଯ୍ୟାୟ ସହାୟତା ରାଶି ୨୦ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଯାହା […]

ମିଳିଲା ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା:ସୁନ୍ଦରଗଡ଼ରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ।ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ମହିଳାଙ୍କ ସଶକ୍ତିକରଣ ଲକ୍ଷ୍ୟ ପୂରଣ ଦିଗରେ ଆଗକୁ ବଢ଼ୁଛି ଓଡ଼ିଶା।ସୁଭଦ୍ରା ଯୋଜନାର ୧ମ କିସ୍ତିର ୩ୟ ପର୍ଯ୍ୟାୟ ସହାୟତା ରାଶି ୨୦ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଯାହା ସେମାନଙ୍କୁ ସଶକ୍ତ କରିବ। ବାକି ଥିବା ମହିଳା ପୁଣି ଡ଼ିସେମ୍ବର ମାସରେ ଟଙ୍କା ପାଇବେ।

ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଥିବା ବେଳେ ଆଜି ତୃତୀୟ ପର୍ଯ୍ୟାୟରେ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଛି।