ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି। ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଇଥିଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର […] The post ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ! appeared first on Dharitri Odia News.
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି।
ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଇଥିଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର କରାଯାଉଥିବା ଭାଜପା କହିଛି। କ୍ଷମତାର ଦୁରୂପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରିବା ନିମନ୍ତେ ସୁଜାତା ପାଣ୍ଡିଆନ ପ୍ରୟାସ କରୁଛନ୍ତି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ ଦାବି କରିଥିଲା।
The post ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ! appeared first on Dharitri Odia News.