ମୁକୁନ୍ଦପ୍ରସାଦରେ ଉତ୍ତେଜନା, ୧୬୩ BNSS ଲାଗୁ
ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦ ଅଞ୍ଚଳରେ ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି।ସ୍ଥିତିକୁ ଦେଖି ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ ସେଠାକୁ ଯାଇଥିବା ବେଳେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା୧୬୩ ଲାଗୁ କରାଯାଇଛି।