ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା ହୋଇଛି। ବର୍ତ୍ତମାନ ରାଜ୍ୟରେ ବାତ୍ୟା ନେଇ କୌଣସି ସୂଚନା ନଥିବାବେଳେ ଯେକୌଣସି ବିପର୍ଯ୍ୟୟର ସମ୍ମୁଖୀନ କରିବା ପାଇଁ ପ୍ରତି ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ […] The post ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ appeared first on KNews Odisha.

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ
cs

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା ହୋଇଛି। ବର୍ତ୍ତମାନ ରାଜ୍ୟରେ ବାତ୍ୟା ନେଇ କୌଣସି ସୂଚନା ନଥିବାବେଳେ ଯେକୌଣସି ବିପର୍ଯ୍ୟୟର ସମ୍ମୁଖୀନ କରିବା ପାଇଁ ପ୍ରତି ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସିଏସ କହିଛନ୍ତି ।

ଏତବ୍ୟତୀତ ବାତ୍ୟା ସୂଚନା ତଳ ସ୍ତରରେ ଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ଖୁବ୍ ଶୀଘ୍ର ପହଞ୍ଚାଇବା ପାଇଁ ଥିବା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କୁ CS ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟା ସମୟରେ ମୋବାଇଲ୍ ଟାୱାର ସୁଦୃଢ଼ୀକରଣ ଓ ତ୍ୱରିତ ବିଦ୍ୟୁତ ସଂଯୋଗ ଆଦି ଉପରେ ବୈଠକରେ ଆଲୋଚନା ହୋଇଛି। ସେହିପରି ବାତ୍ୟା ଆଶ୍ରୟ ସ୍ଥଳୀ, ସ୍ଥାନୀୟ ବ୍ଲକ୍ ପ୍ରଶାସନ, ସରପଞ୍ଚ ଓ ଜନସାଧାରଣଙ୍କ ମଧ୍ୟରେ ସମନ୍ୱୟ ଓ ସହଯୋଗତାରେ କାର୍ଯ୍ୟ କରିବା ପାଇଁ ବୈଠକରେ ଗୁରୁତ୍ବ ଦିଆଯାଇଛି। ଏତଦ୍ ବ୍ୟତୀତ ଜଳସମ୍ପଦ, ଖାଦ୍ୟଯୋଗାଣ, ଡ୍ରେନେଜ୍ ବ୍ୟବସ୍ଥା, ଡାକ୍ତରୀ ସେବା, ମହିଳା ଓ ଶିଶୁ ବିକାଶ ଆଦି ପ୍ରସ୍ତୁତି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।

The post ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ appeared first on KNews Odisha.