ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି
ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି। ବଡ଼ କାର୍ଯ୍ୟାନୁଷ୍ଠାନ ଭାବରେ ପୁରୀର ଉଭୟ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ […] The post ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି appeared first on Dharitri Odia News.
ପୁରୀ,୨୯।୬: ପୁରୀରେ ଦଳାଚକଟା ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।
ବଡ଼ କାର୍ଯ୍ୟାନୁଷ୍ଠାନ ଭାବରେ ପୁରୀର ଉଭୟ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲ୍ଲାପାଳ ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ । ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।
ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
The post ମୁଖ୍ୟମନ୍ତ୍ରୀ ନେଲେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲାପାଳ ଏସପି appeared first on Dharitri Odia News.