ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର । ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି, ସେ କହିଛନ୍ତି ଯେ, ମତେ ଗୁରୁଦାୟିତ୍ୱ ମିଳିଛି । ମୁଁ ଏହାକୁ ସୁଚାରୁ ରୂପେ ତୁଲାଇବି । ଜନହିତରେ ଯାହା ହୋଇପାରିବ ମିଳିମିଶି କରିବୁ […]

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର । ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି, ସେ କହିଛନ୍ତି ଯେ, ମତେ ଗୁରୁଦାୟିତ୍ୱ ମିଳିଛି । ମୁଁ ଏହାକୁ ସୁଚାରୁ ରୂପେ ତୁଲାଇବି । ଜନହିତରେ ଯାହା ହୋଇପାରିବ ମିଳିମିଶି କରିବୁ । ଲୋକଙ୍କ ସମସ୍ୟା କିପରି ଦୂର ହେବ ସେଥିପ୍ରତି ଧ୍ୟାନ ଦେବୁ ବୋଲି ସେ କହିଛନ୍ତି ।