ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: BSKY କାର୍ଡ ଜାଗାରେ ଏଣିକି ଲାଗୁ ହେବ ଏହି ଯୋଜନା
ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି ସରକାର। ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍ଲେସ ସେବା ମିଳିବ। […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: BSKY କାର୍ଡ ଜାଗାରେ ଏଣିକି ଲାଗୁ ହେବ ଏହି ଯୋଜନା appeared first on Dharitri Odia News.
ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି ସରକାର। ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍ଲେସ ସେବା ମିଳିବ। ସେହିପରି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ସରକାର ଆସିବା ଦିନରୁ ପୂର୍ବ ସରକାର କରିଥିବା ଯୋଜନା ଗୁଡିକ ବଦଳିବ କି ନାହିଁ ତାହା ଉପରେ ଚର୍ଚ୍ଚା ହୋଉଥିଲା। ସେହିକ୍ରମରେ ବିଏସ୍କଓ୍ବୋଇକୁ ନେଇ ମଧ୍ୟ ବହୁ କଳ୍ପନାଜଳ୍ପନା କରାଯାଉଥିଲା। ହେଲେ ବଜେଟରେ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। BSKY କାର୍ଡ ଜାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: BSKY କାର୍ଡ ଜାଗାରେ ଏଣିକି ଲାଗୁ ହେବ ଏହି ଯୋଜନା appeared first on Dharitri Odia News.