ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି
ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ ଦୂର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ବର୍ଷା ପରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝରରେରେ ଆସନ୍ତାକାଲି ପ୍ରବଳ ବର୍ଷା ହେବାର […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି appeared first on Dharitri Odia News.
ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ ଦୂର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ବର୍ଷା ପରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝରରେରେ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସୂଚନା ରହିଛି। ତେଣୁ ଜିଲାର ସବୁ ସ୍କୁଲ ଓ କଲେଜ ଆସନ୍ତାକାଲି ବନ୍ଦ ଘୋଷଣା କରାଯାଇଛି।
ସୂଚନା ଅନୁଯାୟୀ, ଭଦ୍ରକରେ ଶନିବାର ସବୁ ସ୍କୁଲ-କଲେଜ ବନ୍ଦ ରହିବ। ପ୍ରଥମରୁ ଦ୍ୱାଦଶ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ ଓ କଲେଜ। ସରକାରୀ ସହ ବେସରକାରୀ ସ୍କୁଲ ମଧ୍ୟ ବନ୍ଦ ରହିବ ବୋଲି ଡିଇଓ ଚିଠିରେ କହିଛନ୍ତି। ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି। ସେହିପରି ବାଲେଶ୍ୱରରେ ସ୍କୁଲଗୁଡିକ ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ସବୁ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଛି।
The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି appeared first on Dharitri Odia News.