ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଖୁବ୍‌ ଶୀଘ୍ର …

ଭୁବନେଶ୍ୱର,୨୯।୧୦: ଖୁବଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପୂର୍ବରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଏହି ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏହା ସହିତ ଗୋପବନ୍ଧୁ ସ୍ବାସ୍ଥ୍ୟ ଯୋଜନା ମଧ୍ୟ ଜାରି ରହିବ । ଯୋଜନାରେ ପୂର୍ବରୁ ବାଦ ପଡ଼ିଥିବା ବୟସ୍କ ଲୋକମାନେ ଉପକୃତ ହେବେ । ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆୟୁଷ୍ମାନ ଭାରତ ଯୋଜନାରେ ୨୭ ହଜାରରୁ ଅଧିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ସୁବିଧା […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଖୁବ୍‌ ଶୀଘ୍ର … appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଖୁବ୍‌ ଶୀଘ୍ର …

ଭୁବନେଶ୍ୱର,୨୯।୧୦: ଖୁବଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପୂର୍ବରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଏହି ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏହା ସହିତ ଗୋପବନ୍ଧୁ ସ୍ବାସ୍ଥ୍ୟ ଯୋଜନା ମଧ୍ୟ ଜାରି ରହିବ । ଯୋଜନାରେ ପୂର୍ବରୁ ବାଦ ପଡ଼ିଥିବା ବୟସ୍କ ଲୋକମାନେ ଉପକୃତ ହେବେ । ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଆୟୁଷ୍ମାନ ଭାରତ ଯୋଜନାରେ ୨୭ ହଜାରରୁ ଅଧିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ସୁବିଧା ମିଳିବ । ତୃଣମୂଳସ୍ତରରେ ଲୋକଙ୍କୁ ମଧ୍ୟ ସ୍ବାସ୍ଥ୍ୟ ସୁବିଧା ମିଳିବ । ବଜେଟରେ ସ୍ବାସ୍ଥ୍ୟ ସେବା ପାଇଁ ୩୫୫୬ କୋଟି ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ସେପଟେ ଆୟୁର୍ବେଦ ଦିବସ ଅବସରରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ପାର୍ଟ-ଟୁ । ୭୦ ବର୍ଷରୁ ଊର୍ଦ୍ଧ୍ୱ ସବୁ ନାଗରିକଙ୍କ ପାଇଁ ମାଗଣା ଚିକିତ୍ସା ସ୍କିମର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆୟୁଷ୍ମାନ କାର୍ଡ ତିଆରିପାଇଁ ଆପଣଙ୍କୁ ନିକଟସ୍ଥ ଜନସେବା କେନ୍ଦ୍ରକୁ ଯିବାକୁ ପଡିବ। ଏଥିପାଇଁ ଡକ୍ୟୁମେଣ୍ଟ ଭାବରେ ଆବାସିକ ପ୍ରମାଣପତ୍ର, ଆଧାର କାର୍ଡ ଏବଂ ରାଶନ କାର୍ଡ ଆବଶ୍ୟକ ହେବ । ଆପଣଙ୍କୁ ଏକ ମୋବାଇଲ ନମ୍ବର ମଧ୍ୟ ଆବଶ୍ୟକ ହେବ, ଯାହା ସହିତ ଆପଣଙ୍କର କାର୍ଡ ଲିଙ୍କ ହୋଇ ପାରିବ ।

ସାରା ଦେଶରେ ୭୦ ବର୍ଷରୁ ଉଦ୍ଧର୍‌ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ।ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି, ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ-ଅପ କଭର ପାଇଁ ଯୋଗ୍ୟ ହେବେ।

The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଖୁବ୍‌ ଶୀଘ୍ର … appeared first on Dharitri Odia News.