ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ ସଂଶୋଧିତ ହୋଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ଅଧିକ ମେଡିକାଲ କଲେଜ କରି ଅଧିକ ଡାକ୍ତର […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ ସଂଶୋଧିତ ହୋଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ଅଧିକ ମେଡିକାଲ କଲେଜ କରି ଅଧିକ ଡାକ୍ତର ସୃଷ୍ଟି କରିବୁ ବୋଲି କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ୧୨୪ ଡେଣ୍ଟାଲ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି।

ଏଥିସହିତ କ୍ୟାବିନେଟ୍‌ରେ ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ ମିଳିଛି। ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ବର୍ଷ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ଥିଲା। ପରବର୍ତ୍ତୀ ବର୍ଷଗୁଡ଼ିକରେ ଆବଶ୍ୟକତା ଦେଖି ବ୍ୟୟ ବରାଦ ବଢ଼ିବ। ‘ଓଡ଼ିଶା ନବୀନ ଓଡ଼ିଶା’ ପୂରା ଫେଲ ମାରିଥିଲା। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଠିକାଦାରୀ ସନ୍ତୁଷ୍ଟୀକରଣ ପାଇଁ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ୫-ଟି ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର appeared first on Dharitri Odia News.