ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଭୁବନେଶ୍ୱର ୧୪।୦୩ : ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ।ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ । ସେହିପରି କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ ।
ଭୁବନେଶ୍ୱର ୧୪।୦୩ : ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ।
ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ । ସେହିପରି କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ ।