ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍…
ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ କରାଯାଇଛି। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍… appeared first on Dharitri Odia News.
ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।
ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ କରାଯାଇଛି। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବୁ। ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍ ରିହାତିରେ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଏନେଇ ଆଜି କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ।
The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍… appeared first on Dharitri Odia News.