ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ୱର,୫ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ୩ ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ। ସୂଚନାଯୋଗ୍ୟ, ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ୱର,୫ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ୩ ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ।

ସୂଚନାଯୋଗ୍ୟ, ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି, ରାଜ୍ୟ ସରକାର ଇ-ଶ୍ରମିକ ଭାବେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକ ଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧ କୋଟି ୩୦ ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ‘ୱାନ୍‌ ନେଶନ ୱାନ୍‌ ରାଶନ’ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ appeared first on Dharitri Odia News.