ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିର୍ଦ୍ଦେଶ, ବଢ଼ିଲା ମହିଳା କର୍ମଚାରୀଙ୍କ ସିଏଲ ଅବଧି
ଭୁବନେଶ୍ବର: ରାଜ୍ୟ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥାତ ଏବେ ମହିଳାମାନେ ୧୨ ଦିନର ସାମୟିକ ଛୁଟି ନେଇପାରିବେ। ସେହିଭଳି ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (Special CL) ପୂର୍ବ ଭଳି ସମାନ ରହିଛି। ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି, ସେମାନେ ମାସକୁ ଗୋଟିଏ ଦିନ ଲେଖାଏଁ ନେଇପାରିବେ। ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।
ଭୁବନେଶ୍ବର: ରାଜ୍ୟ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥାତ ଏବେ ମହିଳାମାନେ ୧୨ ଦିନର ସାମୟିକ ଛୁଟି ନେଇପାରିବେ। ସେହିଭଳି ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (Special CL) ପୂର୍ବ ଭଳି ସମାନ ରହିଛି।
ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି, ସେମାନେ ମାସକୁ ଗୋଟିଏ ଦିନ ଲେଖାଏଁ ନେଇପାରିବେ। ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।