ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି। ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି ମ୍ୟୁଜିୟମ ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ୫-ଟି ତଥା […] The post ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି।

ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି ମ୍ୟୁଜିୟମ ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି।
ଏଥିପାଇଁ ପବିତ୍ର ମୋହନ ସ୍ମୃତି ପରିଷଦ ଗଭୀର ସନ୍ତୋଷ ପ୍ରକାଶ କରିଛି। ପରିଷଦ ପକ୍ଷରୁ ବୁଧବାର ପବିତ୍ର ମୋହନଙ୍କ ନାତୁଣୀ ରଞ୍ଜିତା ରାଣୀ ପ୍ରଧାନ ଓ ସମିତିର ଅନ୍ୟ ସଦସ୍ୟମାନେ ଆଜି ନବୀନ ନିବାସ ଠାରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଜଣାଇଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ମଧ୍ୟ ଜଣାଇଥିଲେ।

ସେ କହିଛନ୍ତି, ପବିତ୍ର ମୋହନଙ୍କ ସ୍ମୃତି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ତାଙ୍କ ସ୍ମୃତିକୁ ଚିରଦିନ ପାଇଁ ଉଜ୍ଜ୍ୱଳ କରି ରଖିବ।

୫-ଟି ଅଧ୍ୟକ୍ଷ କହିଥିଲେ, ମୁଖ୍ୟମନ୍ତ୍ରୀ ରାଜ୍ୟର ବରପୁତ୍ରମାନଙ୍କ ପ୍ରତି ଗଭୀର ସମ୍ମାନ କରନ୍ତି। ସେମାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ପଦକ୍ଷେପ ନେଇଛନ୍ତି। ପବିତ୍ର ମୋହନ ରାଜ୍ୟର ଯୁବ ସମାଜ ପାଇଁ ଆଦର୍ଶ। ତାଙ୍କ ସ୍ମୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ସେ କହିଥିଲେ।

The post ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ appeared first on Dharitri Odia News.