ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ ଗତ ୨ ସାଧାରଣ ନିର୍ବାଚନରେ ବିଧାୟକ ନିର୍ବାଚିତ ହୋଇସାରି ଥିବା ବେଳେ ଆସନ୍ତା ସାଧାରଣ ନିର୍ବାଚନରେ ହ୍ୟାଟ୍ରିକ ବିଜୟ ହାସଲ କରିବା ପାଇଁ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବରଗଡ଼ ନିର୍ବାଚନ ମଣ୍ଡଳୀର ତାଙ୍କ ସମର୍ଥକଙ୍କ ମଧ୍ୟରେ […] The post ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ ଗତ ୨ ସାଧାରଣ ନିର୍ବାଚନରେ ବିଧାୟକ ନିର୍ବାଚିତ ହୋଇସାରି ଥିବା ବେଳେ ଆସନ୍ତା ସାଧାରଣ ନିର୍ବାଚନରେ ହ୍ୟାଟ୍ରିକ ବିଜୟ ହାସଲ କରିବା ପାଇଁ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବରଗଡ଼ ନିର୍ବାଚନ ମଣ୍ଡଳୀର ତାଙ୍କ ସମର୍ଥକଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି। ବରଗଡ଼ ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତିକୁ ଆହୁରି ତ୍ୱରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଦେବେଶ ଶୁକ୍ରବାର ଭୁବନେଶ୍ୱର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବେଶଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହିତ ଲୋକଙ୍କ ସେବାରେ ନିଜକୁ ନିୟୋଜିତ ରଖି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଉଦ୍ୟମ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି।

The post ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ appeared first on Dharitri Odia News.