ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ। […]

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ
Gajapati Maharaj Dibyasingha Deb met the Chief Minister and thanked him for the Parikrama project

ଭୁବନେଶ୍ବର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସୂଚନାଯୋଗ୍ୟ ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ। ପରିକ୍ରମା ପ୍ରକଳ୍ପ ମୁଖ୍ୟତଃ ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତ ଓ ତୀର୍ଥଯାତ୍ରୀଙ୍କୁ ମୌଳିକ ସୁବିଧା ପ୍ରଦାନ କରିବା ଉଦେଶ୍ୟରେ କରାଯାଇଛି। ଏଥିସହ ମେଘନାଦ ପ୍ରାଚୀର କଡ଼େ କଡ଼େ ବାହ୍ୟ ପରିକ୍ରମାର ଦିବ୍ୟ ଅନୁଭବ ପ୍ରଦାନ କରିବା ପାଇଁ ମଧ୍ୟ ଶ୍ରୀମନ୍ଦିର ଚୌହଦୀର ୭୫ ମିଟର ପରିଧିକୁ ନୂଆ ରୂପ ଦିଆଯାଇଛି। ଯାହା ଫଳରେ ଭକ୍ତଟିଏ ଶ୍ରୀମନ୍ଦିର ପରିକ୍ରମା କରିପାରିବ।