ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ
ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେହିପରି ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ନିକୁଞ୍ଜ ଧଳଙ୍କୁ ରବିବାର ମୁଖ୍ୟମନ୍ତ୍ରୀନଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି କରାଯାଇଛି। ତେବେ […] The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ appeared first on Dharitri Odia News.
ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେହିପରି ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ନିକୁଞ୍ଜ ଧଳଙ୍କୁ ରବିବାର ମୁଖ୍ୟମନ୍ତ୍ରୀନଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି କରାଯାଇଛି।
ତେବେ ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ରବିବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ନୂତନ ମୁଖ୍ୟ ଶାସନ ସଚିବ ଆହୁଜାଙ୍କୁ ଲୋକସେବା ଭବନର ଅଧିକାରୀ ଓ କର୍ମଚାରୀ ସ୍ବାଗତ କରିଥିବାବେଳେ ପୂର୍ବତନ ମୁଖ୍ୟ ଶାସନ ସଚିବ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।
୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଏଠାରେ ପ୍ରଥମେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଆଦି ବିଭିନ୍ନ ବିଭାଗରେ କାର୍ଯ୍ୟ କରିଛନ୍ତି। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ତେବେ ଓଡ଼ିଶା ଫେରିବା ପୂର୍ବରୁ ଆହୁଜା କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଥିଲେ।
The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ appeared first on Dharitri Odia News.