ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକବର୍ଦ୍ଦନ ସିଂଦେଓଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଅଛନ୍ତି। ଅନ୍ୟପକ୍ଷରେ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ […] The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକବର୍ଦ୍ଦନ ସିଂଦେଓଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଅଛନ୍ତି।
ସୂଚନାଯୋଗ୍ୟ, ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁଭନ୍ସଙ୍କ ସହ ଅଙ୍କିତା ଫେରୁଥିଲେ। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଉଭୟେ ଭରତପୁର ଥାନାକୁ ଯାଇଥିଲେ। ସେତେବେଳେ ଥାନାରେ ନାଇଟ୍ ଡ୍ରେସ୍ ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଗାଳିଗୁଲଜ କରିଥିବା ଅଙ୍କିତା ତାଙ୍କ ଅଭିଯୋଗ ଦର୍ଶାଇଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁଭନ୍ସଙ୍କୁ ହାଜତରେ ପୂରାଇଦେଲେ। ଅଙ୍କିତା ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ତାଙ୍କୁ ଘୋଷାଡ଼ି ପିଟିଥିଲେ ବୋଲି ଅଙ୍କିତ ପୂର୍ବରୁ ଅଭିଯୋଗ କରିଥିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଳ ତାଙ୍କ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲେ। ଏହାପରେ ସେମାନେ ଅଙ୍କିତାଙ୍କ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍ରେ ପୂରାଇଦେଇଥିଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ ବୋଲି ଅଙ୍କିତା ଅଭିଯୋଗ କରିବା ପରେ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।
The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ… appeared first on Dharitri Odia News.