ମୁମ୍ବାଇରେ ଓଡ଼ିଶା ସରକାରଙ୍କ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ
ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର ।
ଆଜି ଓ ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା ସରକାର ଆୟୋଜନ କରୁଛନ୍ତି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ'। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।
ଅଧିକ ପଢ଼ନ୍ତୁ: ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରିତା ପାଇଁ ତତ୍ପରତା, ଟାସ୍କଫୋର୍ସକୁ ପୁନର୍ଗଠନ କଲେ ରାଜ୍ୟ ସରକାର
ସେହିପରି ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ଏଥିରେ ପାରାଦ୍ୱୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ସମ୍ଭାବନା ରହିଛି। ୧୯ ତାରିଖ ଅର୍ଥାତ୍ ଆସନ୍ତାକାଲି ୩ ଶହରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।
ଆଜି ଓ ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା ସରକାର ଆୟୋଜନ କରୁଛନ୍ତି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ'। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ।#Mumbai #InvestorMeet #MohanMajhi #OTV pic.twitter.com/ET2WzTR1A9 — ଓଟିଭି (@otvkhabar) October 18, 2024