ମୃତ ଓଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ବଣ୍ଟନ, ସମାଲୋଚନା କଲା ବିଜେଡି, କହିଲା…

ଭୁବନେଶ୍ୱର,୧୪ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଏନେଇ ମୋଦିଙ୍କ ସୁରକ୍ଷା ପାଇଁ ଅଧିକାରୀମାନଙ୍କୁ ଦାୟିତ୍ୱ ସବୁ ବଣ୍ଟନ କରାଯାଇଛି। ଏଥିରେ ଜଣେ ମୃତ ଓଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକୁ ନେଇ ବିବାଦ ଦେଖାଦେଇଛି। ସାଧାରଣ ପ୍ରଶାସନ ପକ୍ଷରୁ ପ୍ରକାଶିତ ତାଲିକାରେ ଓଏଏସ୍‌ ଅଫିସର ସ୍ବର୍ଗତ ପ୍ରବୋଧ କୁମାର ରାଉତଙ୍କ ନାଁ ରହିଛି। ଭିଡ଼ ନିୟନ୍ତ୍ରଣ ଲାଗି ନିୟୋଜିତ ହେବାକୁ ଥିବା ଅଫିସରଙ୍କ ତାଲିକାରେ ତାଙ୍କ ନାଁ ଥିବା ଦେଖିବାକୁ ମିଳିଛି। ଗତ ୨୦୨୩ ଜୁଲାଇ […] The post ମୃତ ଓଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ବଣ୍ଟନ, ସମାଲୋଚନା କଲା ବିଜେଡି, କହିଲା… appeared first on Dharitri Odia News.

ମୃତ ଓଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ବଣ୍ଟନ, ସମାଲୋଚନା କଲା ବିଜେଡି, କହିଲା…

ଭୁବନେଶ୍ୱର,୧୪ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଏନେଇ ମୋଦିଙ୍କ ସୁରକ୍ଷା ପାଇଁ ଅଧିକାରୀମାନଙ୍କୁ ଦାୟିତ୍ୱ ସବୁ ବଣ୍ଟନ କରାଯାଇଛି। ଏଥିରେ ଜଣେ ମୃତ ଓଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକୁ ନେଇ ବିବାଦ ଦେଖାଦେଇଛି।

ସାଧାରଣ ପ୍ରଶାସନ ପକ୍ଷରୁ ପ୍ରକାଶିତ ତାଲିକାରେ ଓଏଏସ୍‌ ଅଫିସର ସ୍ବର୍ଗତ ପ୍ରବୋଧ କୁମାର ରାଉତଙ୍କ ନାଁ ରହିଛି। ଭିଡ଼ ନିୟନ୍ତ୍ରଣ ଲାଗି ନିୟୋଜିତ ହେବାକୁ ଥିବା ଅଫିସରଙ୍କ ତାଲିକାରେ ତାଙ୍କ ନାଁ ଥିବା ଦେଖିବାକୁ ମିଳିଛି। ଗତ ୨୦୨୩ ଜୁଲାଇ ୧୮ ତାରିଖରେ ପ୍ରବୋଧ କୁମାରଙ୍କର ମୃତ୍ୟୁ ଘଟିଥିଲା। କଟକରେ ଏକ ଦୁର୍ଘଟଣାର ଶିକାର ହେବା ପରେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ହରାଇଥିଲେ।

ତେବେ ଏହି ତାଲିକାକୁ ନେଇ ବିଜେଡି ରାଜ୍ୟ ସଭା ଏମ୍‌ପି ସୁଲତା ଦେଓ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସୋସିଆଲ ମିଡିଆରେ ସେ ଲେଖିଛନ୍ତି, ଭଗବାନ ଭରସାରେ ଓଡ଼ିଶାର ଶାସନ। ଏହାକୁ ବିଜେଡି ସମାଲୋଚନା କରିବା ସହ ଓ ଶାସନ ବ୍ୟବସ୍ଥା ଉପରେ ମଧ୍ୟ ପ୍ରଶ୍ନ ଉଠାଇଛି। ତେବେ ବିଜେଡିର ସମାଲୋଚନା ନେଇ ଭାଜପା କିମ୍ବା ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

The post ମୃତ ଓଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ବଣ୍ଟନ, ସମାଲୋଚନା କଲା ବିଜେଡି, କହିଲା… appeared first on Dharitri Odia News.