ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଖଡ଼ିଆଳ,୨୨ା୮(ସୁଜିତ କୁମାର ପ୍ରଧାନ): କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ନୂଆପଡା ଜିଲା ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ। ଏଥିରେ ସମ୍ପୃକ୍ତ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପୂର୍ବକ ପୀଡ଼ିତା ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ସେମାନେ ଦାବି କରିଛନ୍ତି। ଏହାସହ ମୃତା ଟ୍ରେନି ଡାକ୍ତରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର […] The post ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା appeared first on Dharitri Odia News.

ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଖଡ଼ିଆଳ,୨୨ା୮(ସୁଜିତ କୁମାର ପ୍ରଧାନ): କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ନୂଆପଡା ଜିଲା ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ।

ଏଥିରେ ସମ୍ପୃକ୍ତ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପୂର୍ବକ ପୀଡ଼ିତା ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ସେମାନେ ଦାବି କରିଛନ୍ତି। ଏହାସହ ମୃତା ଟ୍ରେନି ଡାକ୍ତରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର କୃଷ୍ଣଚନ୍ଦ୍ର ରଥ, ଭୂଷଣ ବାବୁ, ସୁଜାତା ସୁବୁଦ୍ଧି, ସୁମିତା ବିଶାଳ, ସେବାପ୍ରଭା ବେହେରା, କାମେଶ୍ୱର ରାଓ ପ୍ରମୁଖ କର୍ମଚାରୀ ସାମିଲ ହୋଇଥିଲେ।

The post ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା appeared first on Dharitri Odia News.