ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ ତାରିଖରେ ଭୁବନେଶର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ରବିବାର ପରିବାର ଲୋକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ସାନଖେମୁଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଏବଂ କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ ସିଆର୍‌ସିସି ଏବଂ ଶିକ୍ଷୟିତ୍ରୀ, ଶିକ୍ଷକ ରବିବାର ଦିଗପହଣ୍ଡି […] The post ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା appeared first on Dharitri Odia News.

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ ତାରିଖରେ ଭୁବନେଶର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ରବିବାର ପରିବାର ଲୋକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ସାନଖେମୁଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଏବଂ କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ ସିଆର୍‌ସିସି ଏବଂ ଶିକ୍ଷୟିତ୍ରୀ, ଶିକ୍ଷକ ରବିବାର ଦିଗପହଣ୍ଡି ବ୍ଲକ ରାଜପୁର ଗ୍ରାମସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ସ୍ବର୍ଗତ ଶିକ୍ଷକଙ୍କ ସ୍ତ୍ରୀ କବିତା ସାହୁଙ୍କୁ ୧ ଲକ୍ଷ ୭ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ।

ଗୋଷ୍ଠୀ ଶିକ୍ଷା ଅଧିକାରୀ କୋରେଶ ସେଠୀ, ସହଗୋଷ୍ଠୀ ଶିକ୍ଷାଧିକାରୀ ଶୁକଦେବ ମଲ୍ଲିକ, ରୀତାଞ୍ଜଳି ରଥ, ରାମକୃଷ୍ଣ ପଣ୍ଡା, ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, କିରାଣୀ ରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

The post ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା appeared first on Dharitri Odia News.