ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ରବିବାର ଏହି  ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।  କେନ୍ଦୁଝରରୁ ଅନୁଗୋଳ ଆସୁଥିବା ଏକ ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ରେ ୪୭ଜଣ ଯାତ୍ରୀ ଥିଲେ। ୨ଜଣ ଯାତ୍ରୀଙ୍କ […] The post ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ରବିବାର ଏହି  ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।  କେନ୍ଦୁଝରରୁ ଅନୁଗୋଳ ଆସୁଥିବା ଏକ ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ରେ ୪୭ଜଣ ଯାତ୍ରୀ ଥିଲେ। ୨ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫ଜଣ ଆହତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ୧୭ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

The post ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.