ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ
ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ସୂଚନା ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ସେ କହିଛନ୍ତି, […] The post ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ appeared first on Dharitri Odia News.
ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ସୂଚନା ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଶେଷ ହେବ। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍ଲାଇନ ଓ ଅଫ୍ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍ଲାଇନରେ ହେବ। ଚଳିତ ବର୍ଷ ଖାତା ଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ସାମିଲ ହେବେ ବୋଲି ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୧୬ତାରିଖରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି।
The post ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ appeared first on Dharitri Odia News.