ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ […] The post ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି: ମୁଖ୍ୟମନ୍ତ୍ରୀ appeared first on KNews Odisha.

ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି: ମୁଖ୍ୟମନ୍ତ୍ରୀ
SABITRI

ଭୁବନେଶ୍ୱର : ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା ।  ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା । ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ ।

 

ଆହୁରି ପଢ଼ନ୍ତୁ : ସ୍ବାମୀ ଓ ସ୍ତ୍ରୀଙ୍କ ବିବାଦ ଭିତରେ ବଳିପଡ଼ିଲା ଶିଶୁ, ୭ ବର୍ଷର ପୁଅକୁ ୧୮ ହଜାର ଟଙ୍କାରେ ବିକି ଦେଲା ମା !

The post ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି: ମୁଖ୍ୟମନ୍ତ୍ରୀ appeared first on KNews Odisha.