ମେ ୭ ଯାଏଁ ବର୍ଷା

ଭୁବନେଶ୍ୱର:ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ମଧ୍ୟ କୁୁ଼ହାଯାଇଛି। ସୂଚନାଯୋଗ୍ୟ, ଗତ କିଛି ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ […]

ମେ ୭ ଯାଏଁ ବର୍ଷା

ଭୁବନେଶ୍ୱର:ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ମଧ୍ୟ କୁୁ଼ହାଯାଇଛି।
ସୂଚନାଯୋଗ୍ୟ, ଗତ କିଛି ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ କୁଆପଥର ବର୍ଷା ହେଇଛି।  ରାଜ୍ୟବାସୀ ୪୫ ଡିଗ୍ରିର ତାତିରୁ ଆଶ୍ବସ୍ତି ପାଇଛନ୍ତି।