ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲା ତଦନ୍ତର ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ। କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି […] The post ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ appeared first on Dharitri Odia News.

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲା ତଦନ୍ତର ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ।

କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। । ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ  କମିଶନଙ୍କୁ  ଅନୁରୋଧ କରାଯାଇଛି। ଏହାସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ଯୁବତୀଙ୍କ ବାପା ମଧ୍ୟ ତାଙ୍କ ସହ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

The post ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ appeared first on Dharitri Odia News.