ମେସଜ୍‌ ଆସି ନ ଥିଲେ କି ୟୁପିଆଇ ବ୍ୟବସ୍ଥା ନ ଥିଲେ ଘରେ ବସି ୫ ମିନିଟ୍‌ରେ ଚେକ୍‌ କରିପାରିବେ ଟଙ୍କା….

ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେବେ ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା […] The post ମେସଜ୍‌ ଆସି ନ ଥିଲେ କି ୟୁପିଆଇ ବ୍ୟବସ୍ଥା ନ ଥିଲେ ଘରେ ବସି ୫ ମିନିଟ୍‌ରେ ଚେକ୍‌ କରିପାରିବେ ଟଙ୍କା…. appeared first on Dharitri Odia News.

ମେସଜ୍‌ ଆସି ନ ଥିଲେ କି ୟୁପିଆଇ ବ୍ୟବସ୍ଥା ନ ଥିଲେ ଘରେ ବସି ୫ ମିନିଟ୍‌ରେ ଚେକ୍‌ କରିପାରିବେ ଟଙ୍କା….

ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେବେ ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା ଏଟିଏମ ଯାଇ ତୁରନ୍ତ ଚେକିଂ କରିବାର ବ୍ୟବସ୍ଥା ମଧ୍ୟ ଉପଲବ୍ଧ ନାହିଁ । ଏପରି କ୍ଷେତ୍ରରେ କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ ଜାଣନ୍ତୁ ..

ଟଙ୍କା ଆସିଛି କି ନାହଁ ଜାଣିବା ପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଯାଆନ୍ତୁ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ।

ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ ।

ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସୱୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ ।

The post ମେସଜ୍‌ ଆସି ନ ଥିଲେ କି ୟୁପିଆଇ ବ୍ୟବସ୍ଥା ନ ଥିଲେ ଘରେ ବସି ୫ ମିନିଟ୍‌ରେ ଚେକ୍‌ କରିପାରିବେ ଟଙ୍କା…. appeared first on Dharitri Odia News.