ମୋ ସ୍କୁଲ ଅଭିଯାନରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତ ଅନ୍ତର୍ଗତ ନାଡ଼ାପାଟାଙ୍ଗା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନର ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକ ପ୍ରାରମ୍ଭରେ ମୋ ସ୍କୁଲ ଅଭିଯାନର ସଭାପତି ବନ୍ଦନା ମଳିକ ଯୋଗ ଦେଇ ଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀମତୀ ଦେବକୀ ଅମାୟତ ସମ୍ମାନିତ ଅତିଥି ଭାବେ ଯୋଗ […] The post ମୋ ସ୍କୁଲ ଅଭିଯାନରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ appeared first on Odisha.News.

ମୋ ସ୍କୁଲ ଅଭିଯାନରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତ ଅନ୍ତର୍ଗତ ନାଡ଼ାପାଟାଙ୍ଗା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନର ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକ ପ୍ରାରମ୍ଭରେ ମୋ ସ୍କୁଲ ଅଭିଯାନର ସଭାପତି ବନ୍ଦନା ମଳିକ ଯୋଗ ଦେଇ ଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀମତୀ ଦେବକୀ ଅମାୟତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ଉନ୍ନତି ପାଇଁ ସହଯୋଗ କରିବାକୁ ଆହ୍ୱାନ କରି ମାନପତ୍ର ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଶିକ୍ଷିକା ମମତା ଦଳବେହେରା ସଭାକାର୍ଯ୍ୟ ପରିଚାଳନା କରିଥିଵା ବେଳେ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ସହଯୋଗ କରିଥିଲେ l ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଜନୀ କାନ୍ତ ଦାସ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

The post ମୋ ସ୍କୁଲ ଅଭିଯାନରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ appeared first on Odisha.News.