ମୋଦିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି କରାଯାଇଛି। ଭିଭିଆଇପିଙ୍କ ଗସ୍ତକୁ ନେଇ ରାସ୍ତାରେ ଯାନବାହାନ ଚଳାଚଳା ଉପରେ କଟକଣା କରାଯାଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା ଜାରି ହୋଇଛି। ଏପରିକି ରବୀନ୍ଦ୍ର ମଣ୍ଡପ […] The post ମୋଦିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା appeared first on Dharitri Odia News.
ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି କରାଯାଇଛି।
ଭିଭିଆଇପିଙ୍କ ଗସ୍ତକୁ ନେଇ ରାସ୍ତାରେ ଯାନବାହାନ ଚଳାଚଳା ଉପରେ କଟକଣା କରାଯାଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା ଜାରି ହୋଇଛି। ଏପରିକି ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ରାସ୍ତାରେ ମଧ୍ୟ ଟ୍ରାଫିକ କଟକଣା ରହିବ। ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି, ସେହି ଅନୁସାରେ କଟକଣା ରହିବ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ କୁହାଯାଇଛି।
ସମ୍ମିଳନୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଧାନମନ୍ତ୍ରୀ ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ରହିବେ।
The post ମୋଦିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା appeared first on Dharitri Odia News.