ମୋଦିଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି। ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି। ଖୁବ୍ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି। ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଉଛି। ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।