ମୋଦିଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ
ଥିମ୍ପୁ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଭୁଟାନ ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ ଦି ଡ୍ରକ ଗୟାଲପୋ’ ପ୍ରଦାନ କରାଯାଇଥିଲା। ଭୁଟାନର ରାଜା ଜିଗମେ ଖେସର ନାମଗିଲ ୱାଙ୍ଗଚୁକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ଗ୍ରହଣ କରିଥିବା ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ପ୍ରଥମ ବିଦେଶୀ ରାଷ୍ଟ୍ରାଧ୍ୟକ୍ଷ। ଏହି ସମୟ ମଧ୍ୟରେ ଭୁଟାନ ଏକ ବିବୃତ୍ତି ଜାରି କରି କହିଛି ଯେ […] The post ମୋଦିଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ appeared first on Dharitri Odia News.
ଥିମ୍ପୁ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଭୁଟାନ ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ ଦି ଡ୍ରକ ଗୟାଲପୋ’ ପ୍ରଦାନ କରାଯାଇଥିଲା। ଭୁଟାନର ରାଜା ଜିଗମେ ଖେସର ନାମଗିଲ ୱାଙ୍ଗଚୁକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ଗ୍ରହଣ କରିଥିବା ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ପ୍ରଥମ ବିଦେଶୀ ରାଷ୍ଟ୍ରାଧ୍ୟକ୍ଷ।
ଏହି ସମୟ ମଧ୍ୟରେ ଭୁଟାନ ଏକ ବିବୃତ୍ତି ଜାରି କରି କହିଛି ଯେ ପ୍ରଧାନମନ୍ତ୍ରୀ ମୋଦି ଆଞ୍ଚଳିକ ତଥା ବିଶ୍ୱସ୍ତରୀୟ ନେତୃତ୍ୱର ଏକ ଉତ୍କୃଷ୍ଟ ପରିଚୟ। ତାଙ୍କ ନେତୃତ୍ୱରେ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ପରିଣତ ହୋଇଛି ଏବଂ ୨୦୩୦ ସୁଦ୍ଧା ତୃତୀୟ ବୃହତ୍ତମ ଅର୍ଥନୀତି ହେବ।
ଭାରତ-ଭୁଟାନ ସମ୍ପର୍କର ବିକାଶରେ ତାଙ୍କର ଅବଦାନ ତଥା ଭୁଟାନ ଦେଶ ତଥା ଏହାର ଲୋକଙ୍କ ପାଇଁ ତାଙ୍କର ସେବା ପାଇଁ ମୋଦିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ପାଇବା ପରେ ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟରେ କହିଛନ୍ତି ମୁଁ ଏହାକୁ ୧୪୦ କୋଟି ଭାରତୀୟଙ୍କୁ ଉତ୍ସର୍ଗ କରିଛି।
PM Shri @narendramodi honoured with the highest civilian award of Bhutan- the 'Order of the Druk Gyalpo'. pic.twitter.com/4jkae6aryM
— BJP (@BJP4India) March 22, 2024
The post ମୋଦିଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ appeared first on Dharitri Odia News.