ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ, ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ଏବଂ ଏହାସହ ବିଜୁଳି ଘଡଘଡି ମଧ୍ୟ ଜାରି ରହିବ । ବର୍ଷା ବିଜୁଳି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ମଧ୍ୟ ପ୍ରବାହିତ ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।Also read: ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ : କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସାଏବେ ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ ରହିଛି । କିଛି ଦିନ ମଧ୍ୟରେ ସଂପୂର୍ଣ୍ଣ ରାଜ୍ୟକୁ ଛୁଇଁବ ମୌସୁମୀ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି କଟକ, ଖୋର୍ଦ୍ଧା, ନୟାଗଡ଼ ସହ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ସେହିଭଳି ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ସହ ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସ୍ଥିତି ଦେଖିବାକୁ ମିଳିବ।ଏହାସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ବୋହିବା ନେଇ ପୂର୍ବାନୁମାନ ହୋଇଛି । ସେହିଭଳି ଆଗାମୀ ୩ ଦିନ ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିଭଳି ଆସନ୍ତ

ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ, ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ଏବଂ ଏହାସହ ବିଜୁଳି ଘଡଘଡି ମଧ୍ୟ ଜାରି ରହିବ । ବର୍ଷା ବିଜୁଳି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ମଧ୍ୟ ପ୍ରବାହିତ ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Also read: ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ : କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା

ଏବେ ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ ରହିଛି । କିଛି ଦିନ ମଧ୍ୟରେ ସଂପୂର୍ଣ୍ଣ ରାଜ୍ୟକୁ ଛୁଇଁବ ମୌସୁମୀ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି କଟକ, ଖୋର୍ଦ୍ଧା, ନୟାଗଡ଼ ସହ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ସେହିଭଳି ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ସହ ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସ୍ଥିତି ଦେଖିବାକୁ ମିଳିବ।

ଏହାସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ବୋହିବା ନେଇ ପୂର୍ବାନୁମାନ ହୋଇଛି । ସେହିଭଳି ଆଗାମୀ ୩ ଦିନ ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିଭଳି ଆସନ୍ତା ୩ଦିନ ଯାଏଁ ଦିନ ତାପମାତ୍ରା ୩ ରୁ ୪ ଡିଗ୍ରୀ ସେଲସିଏସ କମିବା ନେଇ ଆକଳନ ହୋଇଛି ।